ହାଡ଼ଫୁଟି
ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶର / From Wikipedia, the free encyclopedia
ହାଡ଼ଫୁଟି, (ଇଂରାଜୀରେ chickenpox ବା varicella), ଏକ ଅତ୍ୟଧିକ ସଂକ୍ରାମକ ରୋଗ (contagious) ବା ଛୁଆଁ ରୋଗ ଯାହା ଭାରିସେଲା ଜୋସ୍ଟର ଭୁତାଣୁଦ୍ୱାରା ହୁଏ ଓ ରୋଗୀ ସଂସ୍ପର୍ଶରେ ଆସିଲେ ହୁଏ । [1] ଏହି ରୋଗର ବିଶେଷତା ହେଲା ଛୋଟ ଛୋଟ ଗଲୁକାରୀ ଫୋଟକା (small blisters) ହୋଇ ଅବଶେଷରେ ତା ଉପରେ ବକଳା ହୁଏ । [2] ଏହା ମୁହଁ, ଛାତି ଓ ପିଠିରେ ଆରମ୍ଭ ହୋଇ ଦେହା ସାରା ମାଡ଼ିଯାଏ । [2] ଅନ୍ୟାନ୍ୟ ଲକ୍ଷଣ ମଧ୍ୟରେ ଜ୍ୱର, ଥକ୍କାଣ ଓ ମୁଣ୍ଡବଥା ହୁଏ । [2] ଏହି ଲକ୍ଷଣ ଗୁଡ଼ିକ ୫ରୁ ୧୦ ଦିନ ପର୍ଯ୍ୟନ୍ତ ରହେ । [2] ରୋଗ ଜଟିଳ ହେଲେ ନିମୋନିଆ, ଏନ୍କେଫାଲାଇଟିସ କିମ୍ବା ଚର୍ମରେ ଜୀବାଣୁ ସଂକ୍ରମଣ ହୁଏ । [3] ପିଲାଙ୍କ ଅପେକ୍ଷା ବଡ଼ମାନଙ୍କୁ ଏହି ରୋଗ ଅଧିକ ମାରାତ୍ମକ ହୁଏ । [4] ଭୁତାଣୁ ସଂସ୍ପର୍ଶରେ ଆସିବାର ୧୦ରୁ ୨୦ ଦିନ ପରେ ଲକ୍ଷଣ ଆରମ୍ଭ ହୁଏ । [5]
Chickenpox | |
---|---|
ଶ୍ରେଣୀବିଭାଗ ଓ ବାହାର ସ୍ରୋତ | |
ସ୍ପେଶାଲିଟି | ସଂକ୍ରାମକ ରୋଗ[*], pediatrics[*] |
ଆଇସିଡ଼ି-୧୦ | B01. |
ଆଇସିଡ଼ି-୯-ସିଏମ୍ | 052 |
ରୋଗ ଡାଟାବେସ | 29118 |
ମେଡ଼ିସିନ-ପ୍ଲସ | 001592 |
ଇ-ମେଡ଼ିସିନ | ped/2385 derm/74, emerg/367 |
Patient UK | ହାଡ଼ଫୁଟି |
MeSH | C02.256.466.175 |
ହାଡ଼ଫୁଟି ଏକ ବାୟୁବାହିତ ରୋଗ ଯାହା ରୋଗୀର କାଶ ଓ ଛିଙ୍କଦ୍ୱାରା ସହଜରେ ବିସ୍ତାର ଲାଭ କରେ । [5] ଫୋଟକା ବା ରାସ ବାହାରିବାର ୨ ଦିନ ପୂର୍ବରୁ ଏହା ବ୍ୟାପିଯାଏ ଓ ସବୁ ଫୋଟକା ବକଳା ହୋଇସାରିବା ପର୍ଯ୍ୟନ୍ତ ସଂକ୍ରାମକ ହୋଇ ରହେ । [5] ଫୋଟକାକୁ ଛୁଇଁଲେ ମଧ୍ୟ ଏହା ବ୍ୟାପିଯାଏ । [5] ହର୍ପିସ ଜୋସ୍ଟର ରୋଗୀ ହାଡ଼ଫୁଟି ରୋଗକୁ ଫୋଟକା ଇମ୍ମୁନିଟି ନ ଥିବା ଲୋକଙ୍କୁ ବ୍ୟାପିବାରେ ସାହାଯ୍ୟ କରନ୍ତି । [5] ରୋଗୀର ଲକ୍ଷଣ ଦେଖି ସାଧାରଣତଃ ରୋଗ ନିର୍ଣ୍ଣୟ କରାଯାଏ; [6] ଯଦିଓ ଅସାଧାରଣ କେଶରେ ବକଳା ବା ଫୋଟକା ତରଳ ପଦାର୍ଥ ନେଇ ପଲିମରେଜ୍ ଚେନ ରିଆକ୍ସନ ପରୀକ୍ଷା କରି ରୋଗ ନିର୍ଣ୍ଣୟ କରାଯାଏ । [4] ରୋଗୀର ଇମ୍ମ୍ୟୁନିଟି ଅବସ୍ଥ ଯାଞ୍ଚ କରିବା ନିମନ୍ତେ ଆଣ୍ଟିବଡି ପରୀକ୍ଷା କରାଯାଏ । [4] ଏହି ରୋଗ ସାଧାରଣତଃ ଲୋକଙ୍କୁ ଥରେ ମାତ୍ର ହୁଏ ।
ହାଡ଼ଫୁଟି ଟିକା ଦେବା ଫଳରେ ରୋଗ ସଂଖ୍ୟା ଓ ଜଟିଳତା କମିଯାଇଛି । [7] ଟିକାଦ୍ୱାରା ଏହି ରୋଗରୁ ୭୦ରୁ ୯୦ % ଲୋକ ଉପକୃତ ହେଉଛନ୍ତି । [4] ପିଲାମାନଙ୍କୁ ନିୟମିତ ହାଡ଼ଫୁଟି ଟିକା ଦେବାକୁ ଅନେକ ଦେଶରେ ସୁପାରିସ କରାଯାଏ ।[8] ରୋଗୀ ସଂସ୍ପର୍ଶରେ ଆସିବାର ୩ ଦିନ ମଧ୍ୟରେ ପିଲାମାନେ ଟିକା ନେଲେ ଫଳାଫଳ ଉନ୍ନତି କରେ । [9] ରୋଗ ହୋଇସାରିବା ପରେ ଗଲୁରୁ ରକ୍ଷା ପାଇବା ନିମନ୍ତେ କାଲାମିନ ଲୋସନ ଲଗେଇବାକୁ ଦିଆଯାଏ, ନଖ କାଟି ଛୋଟ କରିବାକୁ ଉପଦେଶ ଦିଆଯାଏ ଯାହା ଫଳରେ କୁଣ୍ଡେଇଲେ ଆଘାର ହେବ ନାହିଁ, ଜ୍ୱର ହେଲେ ଆସେଟାମିନୋଫେନ ବା ପାରାସେଟାମୋଲ ଦିଆଯାଏ । [5] ରୋଗ ଜଟିଳ ହେବା ଆଶଙ୍କା ଥିଲେ ଆସାଇକ୍ଲୋଭିର ଭଳି ଭୁତାଣୁରୋଧୀ ଔଷଧ ଦିଆଯାଏ । [5]
ପୃଥିବୀର ସବୁ ସ୍ଥାନରେ ହାଡ଼ଫୁଟି ହୁଏ । [4] ନିୟମିତ ଟିକା ଦିଆଯିବା ପୂର୍ବରୁ ପ୍ରତି ବର୍ଷ ଜନ୍ମ ହେଉଥିବା ପିଲା ସଂଖ୍ୟା ସଙ୍ଗେ ହାଡ଼ଫୁଟି ରୋଗୀ ସଂଖ୍ୟା ସମାନ ରହୁଥିଲା । [4] ଆମେରିକାରେ ଟିକା ଦିଆଯିବା ପରେ ଏହି ରୋଗ ସଂକ୍ରମଣ ୯୦% କମିଯାଇଛି । [4] ପୃଥିବୀରେ ସନ ୧୯୯୦ରେ ଏହି ରୋଗମୃତ୍ୟୁ ସଂଖ୍ୟା ୮୯୦୦ ହୋଇଥିବା ବେଳେ ସନ ୨୦୧୩ରେ ଏହା କମିଯାଇ ୭,୦୦୦ ମାତ୍ର ହୋଇଥିଲେ । [10] ପ୍ରତି ୬୦,୦୦୦ ରୋଗୀ ମଧ୍ୟରୁ ଜଣେ ମୃତ୍ୟୁ ବରଣ କରୁଥିଲା । [4] ଊନବିଂଶ ଶତାବ୍ଦୀର ଶେଷ ଭାଗ ପର୍ଯ୍ୟନ୍ତ ଏହି ରୋଗ ବସନ୍ତ ରୋଗଠାରୁ ଅଲଗା ବୋଲି ଜଣା ନ ଥିଲା । [4] ସନ ୧୮୮୮ରେ ହର୍ପିସ ଜୋସ୍ଟର ସହ ଏହାର ସମ୍ପର୍କ ନିରୂପଣ କରାଯାଇ ଥିଲା । [4] ସନ ୧୬୮୪ରେ ପ୍ରଥମେ ଚିକେନପକ୍ସ ବା ହାଡ଼ଫୁଟି ନାମରେ ଏହି ରୋଗ ଲିପିବଦ୍ଧ ହୋଇଥିଲା । [11] ଏହି ନାମ କାହିଁକି ବ୍ୟବହୃତ ହୋଇଥିଲା ତାହା ଜଣାନାହିଁ, ବୋଧହୁଏ ରୋଗ ଅପେକ୍ଷାକୃତ ମୃଦୁ ହୋଇଥିବାରୁ ଏହାର ନାମ ସାଥୀରେ ଚିକେନ ଯୋଡ଼ି ଦିଆଯାଇଥିଲା । [11]