ଉଇକିପାଠାଗାର
ପ୍ରେମ ପୋଥି / From Wikipedia, the free encyclopedia
ଉଇକିସୋର୍ସ (ଇଂରାଜୀ) ବା ଉଇକିସ୍ରୋତ ବା ଉଇକିପାଠାଗାର ଉଇକିମିଡ଼ିଆ ଫାଉଣ୍ଡେସନ ପରିଚାଳିତ ଉଇକିରେ ମୁକ୍ତ ବିଷୟ/ ଲେଖାର ଉତ୍ସଗୁଡ଼ିକୁ ନେଇ ଏକ ଅନଲାଇନ ଡିଜିଟାଲ ପାଠାଗାର । ଭିନ୍ନ ଭିନ୍ନ ଭାଷାରେ ଏହି ଉଇକି ପାଠାଗାର ଉଇକିସୋର୍ସ ପ୍ରକଳ୍ପ ଅଧିନରେ କାର୍ଯ୍ୟ ହେଉଛି । ଏହି ପ୍ରକଳ୍ପର ଲକ୍ଷ୍ୟ ହେଉଛି ମାଗଣା ଲେଖାର ସବୁ ଭାଷାରେ ଏବଂ ଅନୁବାଦରେ ପ୍ରତ୍ୟେକ ରୂପରେ ପରିପ୍ରକାଶ କରିବା । ପ୍ରଥମେ ଦରକାରୀ ଏବଂ ମୂଲ୍ୟବାନ ଐତିହାସିକ ଲେଖାର ଭଣ୍ଡାର ଭାବେ ପ୍ରକୃତରେ କଳ୍ପନା କରାଯାଇଥିଲା (ଏହାର ପ୍ରଥମ ଲେଖା ହେଉଛି Déclaration universelle des Droits de l'Homme), ଏହା ପରେ ଏକ ସାଧାରଣ ବିଷୟ ଧାରଣ କରୁଥିବା ପାଠାଗାର ଭାବେ ପରିବର୍ଦ୍ଧିତ କରାଯାଇଥିଲା । Project Sourcebergନାମ ଅଧିନରେ ଏହି ପ୍ରକଳ୍ପ ୨୦୦୩ ନଭେମ୍ବର ୨୪ରେ ଆରମ୍ଭ କରାଯାଇଥିଲା । Wikisource ନାମ ପରେ ସେହି ବର୍ଷ ଶେଷ ଆଡ଼କୁ ଦିଆଯାଇଥିଲା ଏବଂ ଏହା ନିଜ ଡୋମେନ ନାମ ସାତ ମାସ ପରେ ପାଇଥିଲା । ଏହା ଜାତୀୟ ଅଭିଲେଖାଗାର ଏବଂ ରେକର୍ଡ଼ ଆଡମିନଷ୍ଟ୍ରେସନକୁ ଆଧାର ଭାବେ ସୂଚାଯାଇଥିଲେ ମଧ୍ୟ ସେତେବେଳେ ଭରସାଯୋଗ୍ୟ ହୋଇନଥିବା କାରଣରୁ ଏହି ପ୍ରକଳ୍ପ ଆଲୋଚନାର ବସ୍ତୁ ହୋଇଥିଲା । [3]
ୟୁ.ଆର.ଏଲ | wikisource.org |
---|---|
ସ୍ଳୋଗାନ | The Free Library |
ବ୍ୟବସାୟିକ | No |
ସାଇଟର ପ୍ରକାର | Digital library |
ରେଜେଷ୍ଟ୍ରିକରଣ | Optional |
ମାଲିକ | ଉଇକିମିଡ଼ିଆ ଫାଉଣ୍ଡେସନ |
ତିଆରି କରିଥିଲେ | User-generated |
ଆରମ୍ଭ କରାଯାଇଥିଲା | ନଭେମ୍ବର 24, 2003; 20 years ago (2003-୧୧-24)[1] |
ଆଲେକ୍ସା କ୍ରମାଙ୍କ | 6,324 (January 2016[update])[2] |
ଏବେକାର ସ୍ଥିତି | Online |