କାଛୁ
From Wikipedia, the free encyclopedia
କାଛୁ ବା ସାତ ବର୍ଷିଆ ଗଲୁ ଏକ ଚର୍ମ ସଂକ୍ରମଣ ଯାହା ସାର୍କୋପ୍ଟେସ ସ୍କାବି ନାମକ ଉକୁଣି ଜାତୀୟ ଜୀବର ସଂକ୍ରମଣ ଯୋଗୁ ହୁଏ ।[1][2] ଏହାର ସାଧାରଣ ଲକ୍ଷଣ: ଗଲୁ ଓ ଏକ ବ୍ରଣ ଭଳି ରାସ । ବେଳେ ବେଳେ ଚର୍ମରେ କ୍ଷୁଦ୍ର କଣା ଦେଖାଯାଏ । ପ୍ରଥମ ସଂକ୍ରମଣର ୨ରୁ ୬ ସପ୍ତାହ ପରେ ଲକ୍ଷଣ ଆରମ୍ଭ ହୁଏ । ଦ୍ୱିତୀୟ ଥର ସଂକ୍ରମଣ ହେଲେ ଗୋଟିଏ ଦିନରେ ଲକ୍ଷଣ ଆରମ୍ଭ ହୁଏ । ଏହି ଲକ୍ଷଣ ସମୂହ ସାରା ଦେହରେ ଦେଖାଯାଇପାରେ କିନ୍ତୁ କଚଟି, ଆଙ୍ଗୁଳି ସନ୍ଧି ଓ ଅଣ୍ଟାଗାରରେ ହୁଏ । ମୁଣ୍ଡରେ ସାଧାରଣତଃ ଅଳ୍ପ ବୟସ ପିଲାଙ୍କର ହୁଏ, ବଡ଼ ପିଲା ଓ ବୟସ୍କ ଲୋକଙ୍କର ହୁଏ ନାହିଁ । ଅଧିକାଂଶ ସମୟରେ ରାତିରେ ଗଲୁ ହେ । କୁଣ୍ଡେଇବାଦ୍ୱାରା ଚର୍ମରେ କ୍ଷତ ସୃଷ୍ଟି ହୋଇ ସଂକ୍ରମଣ ହୁଏ । [3] କାଛୁ ରୋଗ ଏକ ପ୍ରକାର ଉକୁଣିଜାତୀୟ ପ୍ରାଣୀ (ଇଂରାଜୀ ଭାଷାରେ ମାଇଟ/ Mite) ସାର୍କୋପ୍ଟେସ ସ୍କାବିଦ୍ୱାରା ସଂକ୍ରମିତ ହୁଏ । [1] ସାର୍କୋପ୍ଟେସ ମଣିଷ ଚର୍ମରେ କଣା କରି ରହେ ଓ ଅଣ୍ଡା ଦିଏ । [1] ଏହି ସଂକ୍ରମଣରେ ମାଇଟ ପ୍ରତି ଦେହରେ ଆଲର୍ଜି ସୃଷ୍ଟି ହୁଏ । [3] ଅଧିକାଂଶ ସମୟରେ କେବଳ 10ରୁ 15ଟି ମାଇଟ ସଙ୍କ୍ରମଣରେ ରହନ୍ତି । [3] ଅଧିକାଂଶ ସମୟରେ ଦୀର୍ଘ ସମୟ ଧରି ସଂସ୍ପର୍ଶରେ (ଯେପରି ଯୌନ ସମ୍ପର୍କ) ରହିଲେ ରୋଗୀ ଚର୍ମରୁ ସିଧା ସଳଖ ସୁସ୍ଥ ଲୋକକୁ ବ୍ୟପିବା ଦେଖାଯାଏ । [1] ଲକ୍ଷଣ ବାହାରିବା ପୂର୍ବରୁ ମଧ୍ୟ ଜଣକର ଦେହରୁ ସଂକ୍ରମଣ ହୋଇପାରିବ । [4] ଅଳ୍ପ ସ୍ଥାନରେ ଅଧିକ ଲୋକ ଏକତ୍ରିତ ରହୁଥିଲେ (ଯେପରିକି ଜେଲଖାନା, ପିଲାମାନେ ରହୁଥିବା ଅସ୍ୱାସ୍ଥ୍ୟକର ଛାତ୍ରାବାସ) ରୋଗ ବ୍ୟାପିବା ସମ୍ଭାବନା ଅଧିକ ରହେ । [1] ଜନବସତି ସ୍ଥାନରେ ଜଳାଭାବ ମଧ୍ୟ ଏହାର ଏକ କାରଣ ରୂପେ ଜଣାଶୁଣା । [5] ବକଳ କାଛୁ ଏହାର ଏକ ଗମ୍ଭୀର ସମସ୍ୟାଯୁକ୍ତ ଅବସ୍ଥା । ଇମ୍ମ୍ୟୁନିଟି ଅଭାବ ଥିବା ଲୋକର ଏହି ରୋଗ ହୁଏ ଓ ନିଯୁତାଧିକ ମାଇଟ ଦେହରେ ଥିବାରୁ ଅଧିକ ସଂକ୍ରମଣ ଆଶଙ୍କା ହୁଏ । ଏହି ଧରଣର ଲୋକଙ୍କର ସାମାନ୍ୟ ସ୍ପର୍ଶରେ ବା ଜିନିଷ ସଂସ୍ପର୍ଶରେ ଆସିଲେ ଏହି ରୋଗ ଡିଏ । ଖାଲି ଆଖିକୁ ମାଇଟ ଦେଖାଯାନ୍ତି ନାହିଁ ଚିହ୍ନ ଓ ଲକ୍ଷଣ ଦେଖି ସହଜରେ ରୋଗ ନିର୍ଣ୍ଣୟ କରିହୁଏ । [6]
କାଛୁ | |
---|---|
ଶ୍ରେଣୀବିଭାଗ ଓ ବାହାର ସ୍ରୋତ | |
ସ୍ପେଶାଲିଟି | ସଂକ୍ରାମକ ରୋଗ[*] |
ଆଇସିଡ଼ି-୧୦ | B86. |
ଆଇସିଡ଼ି-୯-ସିଏମ୍ | 133.0 |
ରୋଗ ଡାଟାବେସ | 11841 |
ମେଡ଼ିସିନ-ପ୍ଲସ | 000830 |
ଇ-ମେଡ଼ିସିନ | derm/382 emerg/517 ped/2047 |
Patient UK | କାଛୁ |
MeSH | D012532 |
କାଛ ରୋଗ ଚିକିତ୍ସା ନିମନ୍ତେ ପରମେଥ୍ରୀନ, କ୍ରୋଟାମିଟ୍ରୋନ ଓ ଲିଣ୍ଡେନ ମଲମ ଓ ଲିଭରମେକ୍ଟିନ ବଟିକା ମିଳୁଛି । [7] ଗୋଟିଏ ଘରେ ଏକ ମାସ ମଧ୍ୟରେ ଯୌନ ସମ୍ପର୍କ ରଖିଥିବା ସମସ୍ତଙ୍କୁ ଏକକାଳୀନ ଚିକିତ୍ସା କରିବା ଉଚିତ । ଗତ ୩ ଦିନରେ ବ୍ୟବହାର କରିଥିବା ଲୁଗାପଟା ଗରମ ପାଣିରେ ଧୋଇ ଖରାରେ ବା ଡ୍ରାୟର ଯନ୍ତରେ ଶୁଖେଇବା ଆବଶ୍ୟକ । ମଣିଷ ଚମ ବାହାରେ ମାଇଟ ୩ ଦିନରୁ ଅଧିକ ବଞ୍ଚି ପାରୁ ନ ଥିବାରୁ ଅଧିକ ଧୋଇବା ଅନାବଶ୍ୟକ । ଚିକିତ୍ସା ପରେ୨ରୁ ୪ ସପ୍ତାହ ପର୍ଯ୍ୟନ୍ତ ଲକ୍ଷଣ ଲାଗିରହି ପାରେ । ଏହା ପରେ ଲକ୍ଷଣ ଲାଗି ରହିଲେ ଆଉଠାରେ ଚିକିତ୍ସା କରିବା ଆବଶ୍ୟକ ହୁଏ । [4]
ପିଲାଙ୍କୁ ହେଉଥିବା ଅତି ସାଧାରଣ ଚର୍ମ ରୋଗ ମଧ୍ୟରୁ କାଛୁ ଗୋଟିଏ, ଅନ୍ୟ ଦୁଇଟିର ନାମ ଯାଦୁ ଓ ଜୀବାଣୁ ଜନିତ ସଂକ୍ରମଣ.[8] ସନ ୨୦୧୦ରେ ୧୦୦ ନିୟୁତ ଲୋକଙ୍କୁ (ଜନସଂଖ୍ୟାର ୧.୫ %) ଏହି ରୋଗ ହୋଇଥିଲା ଓ ପୁରୁଷ ତଥା ମହିଳା ସମପରିମାଣରେ ହୋଇଥିଲା । [9] ଅଳ୍ପ ବୟସ୍କ ଓ ବୃଦ୍ଧ ଲୋକମାନଙ୍କୁ ଏହି ରୋଗ ଅଧିକ ହୁଏ । ଏହା ବିକାଶଶୀଳ ଦେଶ ଓ ଗ୍ରୀଷ୍ମମଣ୍ଡଳୀୟ ଜଳବାୟୁରେ ଅଧିକ ହୁଏ । [6] Latin: ଭାଷାରେ ସ୍କାବାରେ, ଅର୍ଥ "କୁଣ୍ଡେଇବା" । [10] ଅନ୍ୟ ପଶୁ ମାନବ କାଛୁ ସଂକ୍ରମଣ କରନ୍ତି ନାହିଁ । [1] ପଶୁମାନଙ୍କୁ ହେଉଥିବା ସଂକ୍ରମଣ ସାର୍କୋପ୍ଟେସ ମାଙ୍ଗେଦ୍ୱାରା ହୁଏ । [11]