କୃଷ୍ଣ ଜନ୍ମାଷ୍ଟମୀ
ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନ / From Wikipedia, the free encyclopedia
'ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ବା କୃଷ୍ଣ ଜନ୍ମାଷ୍ଟମୀ,kṛṣṇa janmāṣṭami), କୃଷ୍ଣାଷ୍ଟମୀ, ସାତମ୍ ଆଠମ୍, ଗୋକୁଳାଷ୍ଟମୀ, ଅଷ୍ଟମୀ ରୋହିଣୀ, ଶ୍ରୀକୃଷ୍ଣ ଜୟନ୍ତୀ, ଶ୍ରୀ ଜୟନ୍ତୀ ବା କେବଳ ଜନ୍ମାଷ୍ଟମୀ ନାମରେ ମଧ୍ୟ ଜଣାଶୁଣା । ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍ଟେମ୍ବର ୧୫ ଭିତରେ ହିଁ ଆସିଥାଏ । ଉତ୍ତର ଭାରତ ଓ ଦକ୍ଷିଣ ଭାରତରେ ଗଣନା ପଦ୍ଧତିର ବୈଷମ୍ୟ ଯୋଗୁଁ ଏହାର ପାଳନ ଗୋଟିଏ ଦିନ ଆଗପଛ ହୋଇଥାଏ । ଯେପରିକି ୨୦୧୧ ମସିହାରେ ଉତ୍ତର ଭାରତରେ ଏହା ୨୨ ଅଗଷ୍ଟରେ ପାଳନ କରାଯାଇଥିଲେ ମଧ୍ୟ ଦକ୍ଷିଣ ଭାରତରେ (କେରଳାଦି ରାଜ୍ୟରେ) ୨୧ ଅଗଷ୍ଟରେ ପାଳିତ ହୋଇଥିଲା । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । କିନ୍ତୁ ବିଷ୍ଣୁ ପୁରାଣରେ କୃଷ୍ଣଙ୍କର ଜନ୍ମ ଶ୍ରାବଣମାସ କୃଷ୍ଣ ଅଷ୍ଟମୀରେ ହୋଇଥିବାର ଉଲ୍ଲେଖ ରହିଛି । ମୁଖ୍ୟଚାନ୍ଦ୍ରମାସ ଓ ଗୌଣ ଚାନ୍ଦ୍ରମାସ ଗଣନା ଏ ପ୍ରଭେଦର କାରଣ ବୋଲି ଅନୁମେୟ । [1][2] ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଯାଇ ଇତରଲୋକେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବେ । [3]
ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ | |
---|---|
ଅନ୍ୟ ନାମ | ଜନ୍ମାଷ୍ଟମୀ, ଦହିହାଣ୍ଡି |
ପାଳନକାରୀ | ହିନ୍ଦୁ |
ପ୍ରକାର | ଧାର୍ମିକ |
ପାଳନ | ଅଷ୍ଟମୀ ଦିନ କୃଷ୍ଣ ଜନ୍ମ, ନବମୀ ଦିନ ନନ୍ଦୋତ୍ସବ |
ପର୍ବ ପାଳନ | ଉପବାସ, ପ୍ରାର୍ଥନା, ଭଜନ, କୀର୍ତ୍ତନ |
ଆରମ୍ଭ | ଭାଦ୍ରବ କୃଷ୍ଣ ଅଷ୍ଟମୀ |
ଶେଷ | ଭାଦ୍ରବ କୃଷ୍ଣ ନବମୀ |
ତାରିଖ | Shraavana Krishna Ashtami, Bhadra Krishna Ashtamiଛାଞ୍ଚ:Infobox holiday/wd |
୨୦୨୪ ତାରିଖ | ୨୬ ଅଗଷ୍ଟ (ସୋମବାର) |
ସମ୍ପର୍କିତ | କୃଷ୍ଣ |