ଜଳ
ଯୌଗିକ ପଦାର୍ଥ / From Wikipedia, the free encyclopedia
ପୃଥିବୀର ଅତି ସାଧାରଣ ତରଳ ହେଉଛି ଜଳ । ପୃଥିବୀର ପ୍ରାୟ ୭୧.୪% ଜଳପୂର୍ଣ୍ଣ ଅଟେ । ବିଶୁଦ୍ଧ ଜଳର ଗନ୍ଧ, ସ୍ୱାଦ ଓ ରଙ୍ଗ ନାହିଁ । ହ୍ରଦ, ନଦୀ ଓ ମହାସାଗର ଆଦିରେ ଜଳ ଥାଏ । ଆକାଶରେ ବାଦଲରୁ ବର୍ଷା ରୂପରେ ଜଳ ତଳକୁ ପଡେ । ଜଳ ଅତି ଥଣ୍ଡା ହେଲେ ବରଫରେ ପରିଣତ ହୁଏ । ଘନିଭୂତ ବର୍ଷା ତୁଷାରପାତରେ ପରିଣତ ହଏ । ଜଳ ଅତି ଗରମ ହେଲେ ଏହା ବାଷ୍ପରେ ପରିଣତ ହୁଏ । ଜୀବନ ପାଇଁ ଜଳ ଅତି ଜରୁରୀ । କିନ୍ତୁ ଜଣାଯାଏ ଯେ ୨୦୨୫ ସୁଦ୍ଧା ବିଶ୍ୱର ଅର୍ଦ୍ଧାଧିକ ଲୋକେ ଯଥେଷ୍ଟ ଜଳ ପାଇବେ ନାହିଁ । ହାଇଡ୍ରୋଫିଲିକ ଆଧାରରେ ଜଳ ଏକ ତରଳ ସ୍ଫଟିକ ଅବସ୍ଥାରେ ରହିଥାଏ ।[1][2]
ଜଳ ପୃଥିବୀପୃଷ୍ଟରେ ପ୍ରାକୃତିକ ଭାବେ ମିଳେ । ଜଳ ହେଉଛି ଏକମାତ୍ର ବସ୍ତୁ ଯାହା ସାଧାରଣ ତାପମାତ୍ରାରେ ୩ଟି ଅବସ୍ଥାରେ ରହେ । ଜଳର ୪୦ରୁ ଉର୍ଦ୍ଧ୍ୱ ବିଶେଷ ଜଳ ଘନିଭୂତ ହେଲେ ଏହାର ଆୟତନ ପାଖାପାଖି ୯% ବୃଦ୍ଧି ପାଏ ।